Site icon ଆଜିକାଲି

ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି ପାଳିତ ହେବ

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି ପାଳିତ ହେବ । ଶୁକ୍ରବାର ସନ୍ଧ୍ୟାରେ ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ ।

Exit mobile version