Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ପୁରୀ : ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ। ଗତକାଲି ମଧ୍ୟରାତ୍ରରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ପାଳିତ ହେବ ନନ୍ଦୋତ୍ସବ। ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ।

ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି |

Exit mobile version