Site icon ଆଜିକାଲି

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ମୋଦୀ ସରକାର। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଦେଶ-ବିଦେଶର ନିମନ୍ତ୍ରିତ ୧୦ହଜାରରୁ ଅଧିକ ଅତିଥିଙ୍କ ଉପସ୍ଥିତିରେ ମୋଦୀ ପ୍ରଧାନମନ୍ତ୍ରିତ୍ୱ ସମ୍ଭାଳିଛନ୍ତି।

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରନିଲ ବିକ୍ରମାସିଂଘେ, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନଥ, ଭୁଟାନ ପ୍ରଧାନମନ୍ତ୍ରୀ ସେରିଂ ତୋବ୍‌ଗେ, ମଳାଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ, ଶିଳ୍ପପତି ମୁକେଶ ଆମ୍ବାନୀ, ଗୌତମ ଆଦାନୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସିନେ ଷ୍ଟାର ରଜନୀକାନ୍ତ, ଶାହାରୁଖ ଖାନ ଓ ଅକ୍ଷୟ କୁମାର ଉପସ୍ଥିତ ଥିଲେ।

Exit mobile version