Site icon ଆଜିକାଲି

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା, ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ଭୁବନେଶ୍ୱର : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜୀ। ଏହି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଜଣେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନା ହାଜତରେ ଦିଆଯାଇଥିବା ନିର୍ଯାତନା ନିନ୍ଦନୀୟ ବୋଲି କହିବା ସହ ଏହାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ନବୀନ । ତୁରନ୍ତ ଏହି ଘଟଣାର ତଦନ୍ତ ସାରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛନ୍ତି ନବୀନ ।

Exit mobile version