Site icon ଆଜିକାଲି

ବିଭିନ୍ନ କମ୍ପାନୀର ସିଇଓ ଓ ବରିଷ୍ଠ ଅଧିକାରୀମାନଙ୍କୁ ଭେଟିଲେ ନବୀନ, ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ


ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ ଜଣାଇଛନ୍ତି । ସେ ବିଭିନ୍ନ କମ୍ପାନିର ସିଇଓ ତଥା ବରିଷ୍ଠ ଅଧିକାରୀମାନଙ୍କୁ ଭେଟିଛନ୍ତି । ଆସନ୍ତା ନଭେମ୍ବର-ଡିସେମ୍ବରରେ ଭୁବନେଶ୍ବରରେ ହେବାକୁ ଥିବା ମେକ ଇନ ଓଡ଼ିଶା ସମ୍ମିଳନୀ ପୂର୍ବରୁ ହାଇଦ୍ରାବାଦରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ର ପଞ୍ଚମ ସଂସ୍କରଣ ଆୟୋଜିତ ହୋଇଛି । ପୂର୍ବରୁ ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଳୁରୁରେ ଏହି ମିଟ ଆୟୋଜିତ ହୋଇସାରିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାରତ ବାୟୋଟେକର ଅଧ୍ୟକ୍ଷ ଡ.କ୍ରିଷ୍ଣା ଏଲାଙ୍କୁ ଭେଟି ଓଡ଼ିଶାରେ ପ୍ରସ୍ତାବିତ ଟିକା କାରଖାନା ଉପରେ ଆଲୋଚନା କରିଥିଲେ । ରାମକି ଗ୍ରୁପର ଏମଡି ଓ୍ବାଇଆର. ନାଗରାଜା, ଶ୍ରୀମଲାନି ଫୋମ୍ସର ଅଧ୍ୟକ୍ଷ ପୁରୁଷୋତ୍ତମ ମଲାନି, ଦିବ୍ୟଶକ୍ତି ଇଣ୍ଡିଆର ଅଧ୍ୟକ୍ଷ ରବୀନ୍ଦ୍ର ଅଗ୍ରଓ୍ବାଲ,ଡେଲଏଟ ଇଣ୍ଡିଆର ଏମଡି ଏମ.ଭେଙ୍କଟରାମ, ସାନିଭିରା ଇଣ୍ଡଷ୍ଟ୍ରିଜର ଏମଡି ଓ୍ବାଇ.ରାଜୀବ ରେଡ୍ଡୀ, ଆରନ କ୍ୟାପିଟାଲର ଅଧ୍ୟକ୍ଷ ଡେଭିଡ୍ ଓଲଫ, କଣ୍ଟ୍ରୋଲ-ଏସ ଡାଟାସେଣ୍ଟରର ସିଏମଡି ପିଏସ ରେଡ୍ଡୀ , ମାଇକ୍ରୋସଫ୍ଟ ଇଣ୍ଡିଆର ଏମଡି ରାଜୀବ କୁମାର, ଓରାକଲ ଇଣ୍ଡିଆର ଏମଡି ଶୈଳେନ୍ଦ୍ର କୁମାର ପ୍ରମୁଖଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁକୂଳ ବ୍ୟବସାୟିକ ବାତାବରଣ ରହିଛି ବୋଲି କହିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Exit mobile version