Site icon ଆଜିକାଲି

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ହ୍ରାସ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ରାତି ଓ ସକାଳ ସମୟରେ ଅନୁଭୂତ ହେଉଥିବା ଶୀତ ସାମାନ୍ୟ କମିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସି ପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ, କିରେଇ ଓ ଦାରିଙ୍ଗବାଡିରେ ୧୩ଡିଗ୍ରୀ ଲେଖାଏଁ ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୮.୮ ଡିଗ୍ରୀ ଏବଂ କଟକ ୧୮ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି।

Exit mobile version