Site icon ଆଜିକାଲି

ଆଜି ନୀତି ଆୟୋଗ ବୈଠକ: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଉପରେ ଫୋକସ୍

ନୂଆଦିଲ୍ଲୀ : ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହିବ।

ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୁପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ AI ଉପରେ ମଧ୍ୟ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା କରାଯିବ। ଗତ ଡିସେମ୍ବରରେ ଅନୁଷ୍ଠିତ ତୃତୀୟ ଜାତୀୟ ମୁଖ୍ୟ ଶାସନ ସଚିବ ସମ୍ମିଳନୀରେ ଦିଆଯାଇଥିବା ସୁପାରିଶଗୁଡ଼ିକର ମଧ୍ୟ ସମୀକ୍ଷା ହେବ। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଏବଂ ବହୁ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ।

ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାରଠାରୁ ସେ ୪ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ଏହି ବୈଠକ ପରେ ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ସେପଟେ ଏହି ବୈଠକକୁ ବିଭିନ୍ନ ଅଣ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବର୍ଜନ କରିଛନ୍ତି।

Exit mobile version