Site icon ଆଜିକାଲି

ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି : ନଭେମ୍ବର ୩ରେ ମତଦାନ, ୬ରେ ଫଳାଫଳ

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ । ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଆସନ୍ତା ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ୨୫୨ଟି ବୁଥରେ ମତଦାନ ହେବ । ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଥିବାବେଳେ ଭଦ୍ରକ ଉପଜିଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ୧୫ ତାରିଖରେ ନାମାଙ୍କନ ପତ୍ରର ଯାଞ୍ଚ କରାଯିବ। ସେହିପରି ୧୭ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆଗାମୀ ନଭେମ୍ବର ୬ ତାରିଖରେ ଧାମନଗର ଉପନିର୍ବାଚନର ଭୋଟ୍ ଗଣତି ହେବ ଏବଂ ସେହି ଦିନ ଫଳାଫଳ ଘୋଷଣା କରାଯିବ ବୋଲି ଜଣାଯାଇଛି। ନଭେମ୍ବର ୮ ତାରିଖ ସୁଦ୍ଧା ଉପନିର୍ବାଚନ ପ୍ରକ୍ରିୟା ସାରିବା ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ଵାରା କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯାଇଛି । ଏନେଇ ଅକ୍ଟୋବର ୭ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତ ପ୍ରକାଶ ପାଇବ ବୋଲି ପୂର୍ବରୁ ଭାରତର ନିର୍ବାଚନ କମିସନଙ୍କ ସଚିବ ସୂଚନା ଦେଇଥିଲେ। ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।

Exit mobile version