Site icon ଆଜିକାଲି

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୨୧ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜିଠୁ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ଅଗଷ୍ଟ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୭ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ରେ ମତଦାନ ଗ୍ରହଣ କରାଯାଇ ସେହିଦିନ ଫଳାଫଳ ଘୋଷଣା କରାଯିବ। ଓଡ଼ିଶାର ଗୋଟିଏ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୯ଟି ରାଜ୍ୟର ମୋଟ ୧୨ଟି ଆସନ ପାଇଁ ମତଦାନ ହେବ। ଓଡ଼ିଶାରେ ମମତା ମହନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଗୋଟିଏ ଆସନ। ମମତାଙ୍କ ସ୍ଥାନରେ କିଏ ଯିବ ରାଜ୍ୟସଭା ତାହାକୁ ନେଇ ଚର୍ଚ୍ଚା ଲାଗି ରହିଛି।

Exit mobile version