Site icon ଆଜିକାଲି

ଆଜି ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ପାଇଁ ଭୋଟ୍

କଟକ : ଆଜି ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଦିନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ପରିଷଦର ମୋଟ ୨୫ ସଦସ୍ୟ ପଦବୀ ପାଇଁ ମତଦାନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ ରାଜ୍ୟର ମୋଟ ୩୪ ହଜାର ୯୦୮ ଜଣ ଆଇନଜୀବୀ ଭୋଟ ଦେବେ । ପରିଷଦର ୨୫ଟି ସଦସ୍ୟ ପଦବୀ ପାଇଁ ବିଭିନ୍ନ ବାର୍ ଆସୋସିଏସନରୁ ୯୬ ଜଣ ଆଇନଜୀବୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦିତା ହେଉଛି । ପରିଷଦ ସହ ଅନୁବନ୍ଧିତ ୧୮୨ଟି ବାର୍ ଆସୋସିଏସନ ରହିଛି । ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୧୬୭ଟି ବୁଥର ବ୍ୟବସ୍ଥା କରାଯାଇଛି । ଏହି ନିର୍ବାଚନରେ ପ୍ରିଫେରେନସିଆଲ ଭୋଟ ବ୍ୟବସ୍ଥା ରହିଛି । ପ୍ରତ୍ୟେକ ଆଇନଜୀବୀ ୨୫ଟି ଭୋଟ୍ ଦେଇପାରିବେ । ତେବେ ଜଣେ ଭୋଟର ସର୍ବନିମ୍ନ ୫ଟି ଭୋଟ ନଦେଲେ ବାଲାଟ ନାକଚ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଷ୍ଟିସ ପ୍ରମଥ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ପ୍ରିଫେରେନସିଆଲ ଭୋଟ ହୋଇଥିବାରୁ ବିଧାନସଭାର କର୍ମଚାରୀମାନେ ଭୋଟ ଗଣତି ପ୍ରକ୍ରିୟାରେ ସାମିଲ ହେବେ । ଆସନ୍ତା ୨୧ ତାରିଖରୁ ଭୋଟ ଗଣତି ଆରମ୍ଭ ହେବାକୁ ଥିବା ବେଳେ, ପ୍ରାୟ ୨ ମାସ ଧରି ଗଣତି ଜାରି ରହିବ । ୨୦୧୩ ମସିହା ପରଠାରୁ ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ହୋଇନଥିଲା । ୯ ବର୍ଷ ବ୍ୟବଧାନ ପରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ।

Exit mobile version