Site icon ଆଜିକାଲି

ଓଡ଼ିଶାକୁ ଆଉ ମିଳିବନି ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ବର: ଓଡ଼ିଶାକୁ ଆଉ ମିଳିବନି ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା। ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ବତନ୍ତ୍ର ପାହ୍ୟା ମିଳିବନି। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିଶ କରିଛନ୍ତି। ଆନ୍ଧ୍ର ବିଭାଜନ ସର୍ତ୍ତ ଆଧାରରେ ତେଲେଙ୍ଗାନାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିଛି।

ଏଥିଲାଗି ଅର୍ଥ କମିସନ ତାଙ୍କ ରିପୋର୍ଟରେ ସୁପାରିଶ କରିଛନ୍ତି । ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ ଆଧାରରେ ତେଲେଙ୍ଗାନାକୁ ସ୍ଵତନ୍ତ୍ର ରାଜ୍ୟ ପାହ୍ୟା ଦିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଏହା କହିଛନ୍ତି। ମନରେଗା ହେଉଛି ଚାହିଦାଭିତ୍ତିକ ଯୋଜନା। ଜନସାଧାରଣଙ୍କ ଚାହିଦା ବଢ଼ିଲେ, ବ୍ୟୟବରାଦ ବଢ଼ିବ। ମୋଦୀ ସରକାର ଆସିବା ପରେ ମନରେଗାରେ ଦିଆଯାଉଥିବା ପାଣ୍ଠି ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ବିନିଯୋଗ ହେଉଛି, ଯାହା ପୂର୍ବ ସରକାର ହେଉ ନଥିଲା ।

କିଛି ରାଜ୍ୟ ଏହାକୁ ପ୍ରସଙ୍ଗ କରୁଛନ୍ତି। କିନ୍ତୁ ଏମିତି ବି ରାଜ୍ୟ ଅଛନ୍ତି। ଯେଉଁମାନଙ୍କୁ ଆର୍ଥିକ ବର୍ଷ ଆରମ୍ଭରୁ ପାଣ୍ଠି ଦିଆଯାଉଥିଲେ ବି ଖର୍ଚ୍ଚ କରିପାରୁନାହାନ୍ତି । ଏହି ଯୋଜନାର ବ୍ୟବବରାଦ ଅତିରିକ୍ତ ବ୍ୟୟ ବରାଦ ଜରିଆରେ ବଢାଇବାର ବିକଳ୍ପ ରହିଛି । ଯାହାକି ଅତୀତରେ କରଯାଇଛି।

Exit mobile version