Site icon ଆଜିକାଲି

କାର୍ ଧକ୍କାରେ ଜଣେ ମୃତ, ଦୁଇ ଗୁରୁତର

ଭୁବନେଶ୍ୱର : ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଏ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ କଦଳୀ ବିକ୍ରି କରୁଥିବା ଦୋକାନୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ କଦଳୀ ଦୋକାନୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଜଣେ ବାଇକ ଆରୋହୀ ଗୁରୁତର ହୋଇଥିବା ବେଳେ ଜଣେ ପଥଚାରୀ ମଧ୍ୟ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି।

Exit mobile version