Site icon ଆଜିକାଲି

ପ୍ରବଳ ବର୍ଷା ନେଇ ୧୧ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ସକ୍ରିୟ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ୧୧ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବାଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା ସୁନ୍ଦରଗଡ଼, କେଉଁଝର, ଦେଓଗଡ଼,ସମ୍ବଲପୁର, ବରଗଡ଼, ସୋନପୁର,ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ । ସେହିପରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲାଗୁଡିକ ହେଲା ମୟୂରଭଞ୍ଜ, ଅନୁଗୁଳ, ନୂଆପଡ଼ା, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର । ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ସତର୍କ ସୂଚନା ଦିଆଯାଇଛି।

ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିଛି । ଦୀଘା ଦେଇ ଏହା ସନ୍ଧ୍ୟା ୭ଟାରୁ ୮ଟା ମଧ୍ୟରେ ଅତିକ୍ରମ କରିଥିବା ଏସଆରସି ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି । ତେବେ ବାତ୍ୟା ହେବା ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ମିଳିନାହିଁ । ତେବେ ବାତ୍ୟା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ । ସରକାର ଏନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ।

Exit mobile version