Site icon ଆଜିକାଲି

ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ କରାଯିବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର – ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏହି ସମ୍ମିଳନୀ ଆସନ୍ତା ଫେବ୍ରୂଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରର ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ସହ ଭାଷାକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି । ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ ।

ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି l ଏ ନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନଏସିର ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖିବା ସହ ଆବାସୀ ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି I
ପୌର ନିର୍ଦ୍ଦେଶକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଭୁବନେଶ୍ୱରଠାରେ ହେବାକୁ ଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ବ୍ୟାପକ କରିବା ନିମନ୍ତେ ସବୁ ସହରାଞ୍ଚଳ , ସ୍ୱାୟତ୍ତ ଶାସନ ସଂସ୍ଥାମାନଙ୍କରେ ଏହା ପାଳନ କରିବା ଆବଶ୍ୟକତା ରହିଛି । ଏହି ଆୟୋଜନ ନିମନ୍ତେ ନିମ୍ନଲିଖିତ କାର୍ଯ୍ୟକ୍ରମଗୁଡ଼ିକ ଗ୍ରହଣ କରାଯାଇପାରେ ବୋଲି ସେ ପରାମର୍ଶ ଦେଇଛନ୍ତି l

Exit mobile version