Site icon ଆଜିକାଲି

ପଦମପୁର ଉପନିର୍ବାଚନ : ବର୍ଷାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଦମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି । ବର୍ଷା ନିଜର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୪୨,୬୭୯ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି । ତାଙ୍କର ଏହି ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ କରି ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Exit mobile version