Site icon ଆଜିକାଲି

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ଅସୁସ୍ଥ , ଉର୍ଣ୍ଣତ ଚିକିତ୍ସା ପାଇଁ ପଠାଗଲା ଭୁବନେଶ୍ୱର

କେନ୍ଦୁଝର, ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ଅସୁସ୍ଥ । ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଛନ୍ତି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ୱର ର ଏକ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି । ପୂର୍ବରୁ ମାଗୁଣି କୁଅଁର ନିୟମିତ ଭୁବନେଶ୍ୱର ର ସେହି ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବାରୁ ସେଠାକୁ ଯିବାକୁ ଇଚ୍ଛା ପ୍ରକାଶ କରିଥିଲେ । ତେଣୁ ତାଙ୍କୁ ସେଠାକୁ ସ୍ଥାନାନ୍ତରିତ କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତରଙ୍କ ପକ୍ଷରୁ ସୂଚନା ଦେଇଛନ୍ତି । ସୂଚନା ଥାଉକି, କିଛିଦିନ ତଳେ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଯନ୍ତ୍ରଣାରେ ପିଡ଼ୀତ ଥିଲେ । ଯେଉଁଥିପାଇଁ ସେ ପ୍ରତ୍ୟେକ ଦିନ ମେଡିସିନ ବ୍ୟବହାର କରୁଥିଲେ । ସୋମବାର ରାତିରେ ହଠାତ ତାଙ୍କ ଦେହ ହାତ ବିନ୍ଧିବା ସହ ଅତ୍ୟଧିକ ଦୁର୍ବଳ ହୋଇ ପଡ଼ିଥିଲେ । ଖରା ଏବଂ ଗରମ ଯୋଗୁଁ ଏପରି ହେଉଥାଇପାରେ ବୋଲି ଡାକ୍ତରଙ୍କ ପରାମର୍ଶକ୍ରମେ ପରିବାର ଲୋକ ଓଦା କପଡାରେ ତାଙ୍କ ଶରୀରକୁ ପୋଛିଥିଲେ। କିନ୍ତୁ ତାପରେ ମଧ୍ୟ ସେ ଏତେ ଦୁର୍ବଳ ହୋଇ ପଡିଲେ ଯେ ବିଛଣାରୁ ଉଠି ପାରିନଥିଲେ। ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।

Exit mobile version