Site icon ଆଜିକାଲି

ଆଜି ପଦ୍ମପୁର ଉପ-ନିର୍ବାଚନ : ୩୧୯ ବୁଥ୍‌ରେ ମତଦାନ ସାବ୍ୟସ୍ତ କରିବେ ୨୫୭୪୭୪ ଭୋଟର

ଭୁବନେଶ୍ୱର : ଆଜି ପଦ୍ମପୁର ଉପ-ନିର୍ବାଚନ ପାଇଁ ପଡିବ ଭୋଟ୍ । ଭୋଟଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଚାଲିବ । ପଦ୍ମପୁର ମଇଦାନରେ ମୋଟ ୧୦ ଜଣ ପ୍ରାର୍ଥୀ ରହିଛନ୍ତି । ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୫୭୪୭୪ ଜଣ ଭୋଟର ୩୧୯ ଗୋଟି ବୁଥ୍‌ରେ ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ । ସେଥି ମଧ୍ୟରୁ ୧୨୯୪୯୭ ଜଣ ପୁରୁଷ ଭୋଟର, ୧୨୭୯୬୫ ଜଣ ମହିଳା ଭୋଟର, ୧୨ ଜଣ ତୃତୀୟ ଲିଙ୍ଗ ଭୋଟର ଏବଂ ୧୯୯ ଜଣ ସର୍ଭିସ୍ ଭୋଟର ଆସନ୍ତା ଡିସେମ୍ବର ୫ ତାରିଖ ଦିନ ୩୧୯ ଗୋଟି ବୁଥ୍ ରେ ମତଦାନ କରିବେ ।

ପଦ୍ମପୁର ଉପ-ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ସୂଚନା ଦେଇଥିଲେ । ସେ କହିଥିଲେ ଯେ, ପୋଲିଂ ପାର୍ଟି ବୁଥକୁ ଯାଇ ସାରିଛନ୍ତି । ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି । ସାଇଲେନ୍ସ ପିରିୟଡରେ ଚେକିଂ କଡ଼ାକଡି କରିବାକୁ ଜିଲ୍ଲାପାଳ ଓ ଏସପି ଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସୋମବାର ସନ୍ଧ୍ୟା ସାଢ଼େ ୬ଟା ଯାଏ ଏକଜିଟ୍ ପୋଲ୍ ଉପରେ କଟକଣା ଲାଗିଛି । ମଦ ବିକ୍ରି ଉପରେ ବି କଟକଣା ଲାଗିଛି । ଇଭିଏମରେ ତ୍ରୁଟି ଥିଲେ, ନୂଆ ଇଭିଏମ ପାଇଁ ବ୍ୟବସ୍ଥା ଅଛି । ପଦ୍ମପୁରରେ ୩୧୯ଟି ବୁଥ ଅଛି । ୩୦୬ ବୁଥର ନାମ ପରିବର୍ତନ କରାଯାଇଛି ।୧୫ଟି ମଡେଲ ବୁଥ, ୬ ପିଙ୍କ୍ ବୁଥର ବ୍ୟବସ୍ଥା ହୋଇଛି । ୭୯ ସମ୍ବେଦନଶୀଳ ବୁଥ ଉପରେ ନଜର ରଖାଯାଇଛି । ୧୨୦ ବୁଥରେ ୱେବକାଷ୍ଟିଂ, ୬୭ ବୁଥରେ ସିସିଟିଭିରେ ନଜର ରଖାଯିବ । ୨ ଲକ୍ଷ ୫୭ ହଜାରରୁ ଅଧିକ ଭୋଟର ଆସନ୍ତାକାଲି ମତ ସାବ୍ୟସ୍ତ କରିବେ । ୧୨ଟି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ ମତଦାତା । ହେଲପ ଡେସ୍କରୁ ସାହାଯ୍ୟ ନେଇପାରିବେ । ଭିନ୍ନକ୍ଷମ ଭୋଟରଙ୍କ ମତଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟ୍ ଦିନ ସଂପୃକ୍ତ ଅଂଚଳ ପାଇଁ ସରକାରୀ ଛୁଟି ଘୋଷଣା ହୋଇସାରିଛି । ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ମତଦାନ କରିପାରିବେ । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏଥିପାଇଁ ୧୪୧୩ ଜଣ ପୁଲିସ କର୍ମଚାରୀ, ୯ କମ୍ପାନୀ ସିଆରପିଏଫ ନିୟୋଜିତ ହୋଇଛନ୍ତି ।

Exit mobile version