Site icon ଆଜିକାଲି

ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଆହତ

ଖୋର୍ଦ୍ଧା : ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ପ୍ରବଳ କୁହୁଡି କାରଣରୁ ବସ୍ ଟି ଭାରସାମ୍ୟ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ବସଟି ବଲାଙ୍ଗୀରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା । ବସରେ ପାଖାପାଖି ୪୦ରୁ ଅଧିକ ଯାତ୍ରୀ ଥିଲେ ।

ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ତେବେ ବସଟି ବଲାଙ୍ଗୀରରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ପଠାଯାଇଥିବା ବେଳେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ବାଘମାରି ପୋଲିସ ଗାଡିର କାଚ ଭାଙ୍ଗି ୪୦ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଥିବା ଜଣାପଡ଼ିଛି । ସେପଟେ ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି ।

Exit mobile version