Site icon ଆଜିକାଲି

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା, ୧୨ରୁ ଅଧିକ ଯାତ୍ରୀ ଆହତ

ବାଲେଶ୍ୱର : ପୁଣି ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା। ବାଲେଶ୍ବର ୬୦ ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ୧୨ ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି । ୬୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବସଟି ପୁରୀରୁ ପଶ୍ଚିମବଙ୍ଗ ଯାଉଥିବାବେଳେ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସମସ୍ତ ଆହତଙ୍କୁ ବାଲେଶ୍ୱର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆଜି ଭୋର ସମୟରେ ଦୁର୍ଘଟଣା ଘଟିଛି । ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ବସଟି ଏକ ଟିପରକୁ ଧକ୍କା ଦେଇ ରାସ୍ତା ତଳକୁ ଗଡି ଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ହାଇୱେ ପାଟ୍ରୋଲିଂ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ ।

Exit mobile version