Site icon ଆଜିକାଲି

ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର – ଆସନ୍ତାବର୍ଷ ଫେବ୍ରୁଆରୀରେ ହେବ ଯୁକ୍ତ ଦୁଇ ପରୀକ୍ଷା। ଏ ନେଇ ଆଜି ପରୀକ୍ଷା ସୂଚୀ ଜାରି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଫେବ୍ରୁଆରୀ ୧୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।

ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ ହିଁ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version