Site icon ଆଜିକାଲି

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା । ମୋଟ ୧୯ ସିଟିଂ ସହ ପ୍ରତ୍ୟେକ ଦିନ ଗୋଟିଏ ଲେଖାଏଁ ବିଷୟରେ ହେବ ଏଗଜାମ୍ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତକଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ । ଚଳିତବର୍ଷ ମୋଟ୍‌ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

ରେଗୁଲାରରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ଏବଂ ଏକ୍ସ ରେଗୁଲାରରେ ୨୬ ହଜାର ୫୨ ଜଣ ରହିଛନ୍ତି । କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେବାକୁ ଥିବା ବେଳେ, ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ପରୀକ୍ଷା ଦେବେ । ସୋସିଆଲ ମିଡିଆର କୌଣସି ଗୁଜବ ତଥ୍ୟକୁ ବିଶ୍ବାସ ନ କରିବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ମୋଟ ୧୯ଟି ସିଟିଂରେ ହେବ ପରୀକ୍ଷା ।

Exit mobile version