Site icon ଆଜିକାଲି

କାଲିଠାରୁ ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର – ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ଆସନ୍ତାକାଲିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ତାରିଖ ହେଉଛି ଆବେଦନର ଶେଷ ତାରିଖ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version