Site icon ଆଜିକାଲି

ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ବର : ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ । ଆସନ୍ତା ଫେବ୍ରୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତିଦିନ ଗୋଟିଏ ସିଟିଂରେ ଦିନ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ହେବ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ । ଫେବ୍ରୁଆରୀ ୧୬ ତାରିଖରୁ ବିଜ୍ଞାନ ଓ ୧୭ତାରିଖରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ ।

ସୂଚନା ଯେ, ଚଳିତ ବର୍ଷ ମୋଟ ୩ ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଛନ୍ତି। କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୪୪୭, ବାଣିଜ୍ୟରେ ୨୫ ହଜାର ୯୬୦ ଓ ଧନ୍ଦାମୂଳକ ଶିକ୍ଷା ରେ ୫ ହଜାର ୭୬୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ବୋର୍ଡ ପରୀକ୍ଷା ପାଇଁ ୧୧ ଶହ ୫୦ ପରୀକ୍ଷା ସେଣ୍ଟର ସହ ୨୦୨ଟି ହବ୍ କରାଯାଇଛି ।

Exit mobile version