Site icon ଆଜିକାଲି

ହାଇଓ୍ବା ପଛରେ ଧକ୍କା ଦେଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲା ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଗୋଦାବରୀ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତା ପାର୍ଶ୍ବରେ ଛିଡା ହୋଇଥିବା ଏକ ହାଇଓ୍ବା ପଛରେ ଧକ୍କା ଦେଇ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ମୃତ ପୁଲିସ କର୍ମଚାରୀ ଜଣଙ୍କ ପାଟଣା ଥାନା ଭାଲିଆଡାଳ ଗ୍ରାମର ଅନିଲ କୁମାର ଦାସ ବୋଲି ଜଣାପଡିଛି।

ସେ ଘଟଗାଁରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Exit mobile version