Site icon ଆଜିକାଲି

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର : ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ପ୍ରକାଶ। ଗତ ନିର୍ବାଚନରେ କଟକ ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ । ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ମଣିଲି। ଟାଙ୍ଗୀ-ସାଲେପୁର ଲୋକଙ୍କ ସହ
୨୫ ବର୍ଷ ହେଲା ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।

Exit mobile version