Site icon ଆଜିକାଲି

ବିଧାନସଭାରେ ନୂଆ ଇତିହାସ, ବିଧିବଦ୍ଧ ଭାବେ ଦାୟୀତ୍ୱ ନେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ସୃଷ୍ଟି ହୋଇଛି ନୂଆ ଇତିହାସ। ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଭାବେ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ବରିଷ୍ଠ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଆଉ କେହି ପ୍ରାର୍ଥୀ ନଥିବାରୁ ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଆଜି ସେ ଦାୟିତ୍ବ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ, ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ହେବା ପରେ ବାଚସ୍ପତି ପଦ ଖାଲି ପଡିଥିଲା । ଗତ ୨୦ ତାରିଖରେ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ଶାସକ ବିଜେଡି । ଗତକାଲି ସେ ନାମାଙ୍କନ ଦାଖଲ କରିଥିଲେ । ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷିତ ହେବା ପରେ ପ୍ରମିଳା ମଲ୍ଲିକ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ପ୍ରମିଳା ସମ୍ଭାଳିଥିବା ରାଜସ୍ୱ ଓ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

Exit mobile version