Site icon ଆଜିକାଲି

ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ପ୍ରଶାନ୍ତ ରାଉତଙ୍କୁ ଭିଜିଲାନ୍ସର ଜେରା

ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଜେରା କରୁଛି ଭିଜିଲାନ୍ସ । ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ । ପ୍ରଶାନ୍ତ କିଭଳି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କଲେ ସେ ନେଇ ତାଙ୍କୁ ଜେରା କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ୫ କୋଟିରୁ ଅଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ଠାବ ହେଲା ପରେ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ।

ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରାଯାଇଥିଲା । ଆୟଠାରୁ ୫୦୦ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଳ ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ଗତ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପ୍ରଶାନ୍ତ ରାଉତଙ୍କ ୯ଟି ଜାଗାରେ ଚଢ଼ାଉ କରିଥିଲା ।

Exit mobile version