Site icon ଆଜିକାଲି

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ: ଆଜି ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗ ଦେବେ

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଓଡ଼ିଶା ଗସ୍ତର ତୃତୀୟ ଦିନ। ଭୁବନେଶ୍ୱର ତମାଣ୍ଡୋ ଦଶବାଟିଆ ଠାରେ ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗ ଦେବେ। ବ୍ରହ୍ମାକୁମାରୀଙ୍କ କାର୍ଯ୍ୟକ୍ରମ ପରେ ମହାମହିମଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଆୟୋଜନ ହୋଇଛି ।

ଗତକାଲି କଟକରେ ମାରାଥନ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମହାମହିମ୍‌। ଆଜି ଭୁବନେଶ୍ୱରରେ କାର୍ଯ୍ୟକ୍ରମ ସାରି ଆଜି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ତୃତୀୟ ଓଡ଼ିଶା ଗସ୍ତ। ଫେବୃଆରୀ ୧୦ ଓ ୧୧ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Exit mobile version