Site icon ଆଜିକାଲି

ମା’ ହୀରାବେନଙ୍କ କୋକେଇକୁ କାନ୍ଧଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ଅହମଦାବାଦ : ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନ୍‌। ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୀରାବେନଙ୍କ ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ସେ ଅହମଦାବାଦର ୟୁଏନ୍ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କ ବିୟୋଗ ନେଇ ଆଜି ସକାଳେ ହସ୍‌ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ମା’ ହୀରାବେନଙ୍କ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ଶ୍ମଶାନ ନିଆଯିବାବେଳେ କୋକେଇକୁ କାନ୍ଧଦେଲେ ପ୍ରଧାନମନ୍ତ୍ରୀ ମୋଦୀ ।  ଆଜି ଗାନ୍ଧୀନଗର ସେକ୍ଟର -୩୦ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ।

ହୀରାବେନଙ୍କ ପରଲୋକ ହୋଇଛି । ଏ ନେଇ ଟ୍ୱିଟ୍ କରି ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି । ବିଳମ୍ବିତ ରାତି ୩ଟା ୩୦ରେ ଦେହାନ୍ତ ହୋଇଛି । ଶ୍ୱାସକ୍ରିୟାରେ ସମସ୍ୟା ପାଇଁ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଗୁରୁବାର ରାତିରେ ହୀରାବେନ୍‌ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ଚିକିତ୍ସା ପାଇଁ ୧୦୦ ବର୍ଷୀୟା ହୀରାବେନ୍‌ଙ୍କୁ ଅହମଦାବାଦର ୟୁଏନ୍‌ ମେହଟା ଇନଷ୍ଟିଚ୍ୟୁଟ ଅଫ୍‌ କାର୍ଡିଓଲୋଜି ଆଣ୍ଡ୍‌ ରିସର୍ଚ୍ଚ ‌ସେଣ୍ଟର‌ରେ ଭର୍ତ୍ତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ଦିନ ତାଙ୍କ ଅସୁସ୍ଥ ମା’ଙ୍କୁ ଅହମଦାବାଦ ହସ୍ପିଟାଲରେ ଭେଟି ସ୍ବାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ତେବେ ହୀରାବେନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ହସ୍ପିଟାଲ୍‌ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଥିଲା ।

Exit mobile version