ନୂଆଦିଲ୍ଲୀ: ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍ତର ପ୍ରଦେଶର ବାରାଣାସୀରୁ ଆସନ ପାଇଁ ବିଧିବଦ୍ଧ ଭାବେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ। ତାପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବ୍ୟାପକ କାର୍ଯ୍ୟକ୍ରମ ରହିଛି। ୯ଟା ବେଳେ ଗଙ୍ଗାରେ ସ୍ନାନ କରି , ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୧ଟା ୪୦ରେ ନାମାଙ୍କନ ଭରିବା ନେଇ ସୂଚନା ରହିଛି। ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାମାଙ୍କନ ସମୟରେ ଉପସ୍ଥିତ ରହିବେ। ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀ ଙ୍କ ସମେତ ୩୬ ଭିଆଇପି ମଧ୍ୟ ଉପସ୍ଥିତ ରହିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବା ନେଇ ସୂଚନା ରହିଛି। ନାମାଙ୍କନ ଦାଖଲ କରିବା ପରେ ରୁଦ୍ରାକ୍ଷ କନଭେନସନ୍ ସେଣ୍ଟର ହଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ସୋମବାର ନରେନ୍ଦ୍ର ମୋଦୀ ବାରଣାସୀରେ ବିରାଟ ରୋଡ୍ ଶୋ କରିଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରଣାସୀରେ ଭୋଟ୍ ପଡିବ । ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ ରହୁଛି।
May 14, 2024
0 Comment
93 Views
ଆଜି ବାରଣାସୀରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ମୋଦି
by Editor
ନୂଆଦିଲ୍ଲୀ: ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍ତର ପ୍ରଦେଶର ବାରାଣାସୀରୁ ଆସନ ପାଇଁ ବିଧିବଦ୍ଧ ଭାବେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ। ତାପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବ୍ୟାପକ କାର୍ଯ୍ୟକ୍ରମ ରହିଛି। ୯ଟା ବେଳେ ଗଙ୍ଗାରେ ସ୍ନାନ କରି , ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୧ଟା ୪୦ରେ ନାମାଙ୍କନ ଭରିବା ନେଇ ସୂଚନା ରହିଛି। ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାମାଙ୍କନ ସମୟରେ ଉପସ୍ଥିତ ରହିବେ। ୧୮ରୁ... Read More