Site icon ଆଜିକାଲି

୭୪ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି।

ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦୀ। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦୀ। ଉତ୍ତରପ୍ରଦେଶର ବାରାଣସୀ ସଂସଦୀୟ କ୍ଷେତ୍ରରୁ ଲଗାତାର ତିନିଥର ନିର୍ବାଚିତ ହୋଇ ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି ମୋଦୀ। ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦୀ ହେଉଛନ୍ତି ପ୍ରଥମ। ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି। ଏହାପରେ ୨୦୧୪ରୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିରବଚ୍ଛିନ ଭାବେ ଦାୟିତ୍ୱ ତୁଲାଇ ଆସିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ଜନ୍ମଦିନ ଅବସରରେ ମୋଦିଙ୍କ ନିକଟକୁ ଶୁଭେଛାର ସୁଅ ଛୁଟିଛି ।

ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନିଜ ସୋଶାଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶାବାସୀ ଆପଣଙ୍କ ଜନ୍ମଦିନରେ ଯୋଗ ଦେଉଥିବା ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଆପଣଙ୍କ ନେତୃତ୍ୱରେ ଜାତି ଏକ ବିକଶିତ ଭାରତ ଆଡ଼କୁ ଗତି କରୁଛି । ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଏକ ଫ୍ଲାଗସିପ୍ ସ୍କିମ୍ “ସୁଭଦ୍ରା” ର ଶୁଭାରମ୍ଭ ପାଇଁ ଓଡିଶାର ଭଉଣୀମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ।

Exit mobile version