ନୂଆଦିଲ୍ଲୀ: ଆରମ୍ଭ ହୋଇଛି ସଂସଦର ସ୍ୱତନ୍ତ୍ର ଅଧିବେଶନ। ପ୍ରଥମେ ସାଂସଦ ଭାବେ ଶପଥ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କୁ ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଗୃହକାର୍ଯ୍ୟ ପରିଚାଳନା କରୁଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ପ୍ରଧାନମନ୍ତ୍ରୀଙ୍କ ପରେ ପରେ ଅନ୍ୟ ସମସ୍ତ ସାଂସଦମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।