Site icon ଆଜିକାଲି

କରୋନା ସ୍ଥିତିକୁ ନେଇ ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପୁଣି ଘାରିଲାଣି କରୋନା ଚିନ୍ତା । ଏହି ପରିପ୍ରେକ୍ଷୀରେ ଦେଶରେ କରୋନା ସ୍ଥିତିକୁ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମୀକ୍ଷା କରିବେ । ଗୁରୁବାର ଅପରାହ୍ଣ ୪ଟାରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକ କରିବା ନେଇ ସୂଚନା ମିଳିଛି ।

ବର୍ତ୍ତମାନ ଚୀନ ଓ ଆମେରିକା ସମେତ ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ହେଲେ ଭାରତରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ କେନ୍ଦ୍ର ସରକାର ଆଗୁଆ ପଦକ୍ଷେପ ନେଉଛନ୍ତି । ଏନେଇ ଗତ ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଦେଶର କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଥିଲେ । ବର୍ତ୍ତମାନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଦିଲ୍ଲୀରେ କରୋନା ଯୋଗୁଁ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ହେଲେ ଦେଶର କରୋନା ସଂକ୍ରମଣ ଗତକାଲି ତୁଳନାରେ ହ୍ରାସ ପାଇଛି । ସେପଟେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ମଧ୍ୟ ଆଜି ନିଜ ନିଜ ରାଜ୍ୟର ଅଧିକାରୀଙ୍କ ସହ ବୈଠକ କରିବେ ।

Exit mobile version