Site icon ଆଜିକାଲି

ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ଏଥିଲାଗି ସୋମବାର ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ (୪ ଘଣ୍ଟା) ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ମନା ଥାଏ । ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତି ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦିପହର ଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।

Exit mobile version