Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା ସହ ଆୟବ୍ୟୟର ହିସାବ ନେବେ ଶ୍ରୀସୁଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇଥାନ୍ତି। ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ ।

ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନୀତି ସମ୍ପର୍ଣ୍ଣ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା ।

Exit mobile version