Site icon ଆଜିକାଲି

ଆଜି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ସୋମବାର ଓ ମଙ୍ଗଳବାର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।

ସୋମବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୨୧ ତାରିଖ ଦିନ ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ତେବେ ଆଗାମୀ ୩ରୁ ୪ ଦିନ ପରେ ରାତି ତାପମାତ୍ରା ପାଖାପାଖି ୨ରୁ ୪ ଡିଗ୍ରୀ ଖସିବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମା ଦିନ ରାଜ୍ୟରେ ଶୀତ ଅନୁଭବ ହେବ ବୋଲି ଅନୁମାନ କରାଯାଉଛି।

Exit mobile version