Site icon ଆଜିକାଲି

ରାଜ୍ୟରେ କାଲିଠୁ ଲଗାତାର ୩ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆଜି ପାଗ ଶୁଖିଲା ରହିବ । ମଙ୍ଗଳବାର ଠାରୁ ଆସନ୍ତା ୩ ଦିନ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି । ଏଥିନେଇ ସମ୍ଭାବିତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବିତ ଜିଲାମାନଙ୍କ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲା ସାମିଲ ରହିଛି । ଯେଉଁଠି ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଥିସହ ବ‌ାଲେଶ୍ୱର, ଭଦ୍ରକ, ଯା‌ଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Exit mobile version