Site icon ଆଜିକାଲି

ଆଜିଠୁ ପୁଣି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ୮ଜିଲ୍ଲାରେ ପ୍ରବଳ ବର୍ଷା ଓ ୨୦ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଉତ୍ତର ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡ଼ିଶାର ସମସ୍ତ ୧୫ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କନ୍ଧମାଳଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

Exit mobile version