Site icon ଆଜିକାଲି

ରାଜ୍ୟରେ ୩ ଯାଏଁ ବର୍ଷା, ବିଭିନ୍ନ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ୨୯ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ କନ୍ଧମାଳରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧ ତାରିଖରେ ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ାରେ ବର୍ଷା ହେବାକୁ ଥିବା ବେଳେ ୨ ତାରିଖରେ ପଶ୍ଚିମ ଓଡିଶା ଏବଂ ଉତ୍ତର ଓଡିଶାରେ ହାଲୁକା ବର୍ଷାର ସମ୍ଭାବନ ରହିଛି । ଏହାପରେ ୩ ତାରିଖରେ ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।

Exit mobile version