Site icon ଆଜିକାଲି

୯ ଯାଏଁ ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର : ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ । ସକ୍ରିୟ ଘୂର୍ଣ୍ଣବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ଲାଗି ରହିବ ବର୍ଷା । ଆସନ୍ତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଅନୁଗୁଳ, କୋରାପୁଟ ଓ ମାଲକାନଗିରିରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । କୋରାପୁଟ ଜିଲ୍ଲା ପଟାଙ୍ଗିରେ ସର୍ବାଧିକ ୭୪ ମିଲିମିଟର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ୬୮ ମିଲିମିଟର ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ୬୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

Exit mobile version