Site icon ଆଜିକାଲି

ଆଜି ବି ଅନେକ ଜିଲାରେ ଜାରି ରହିବ ବର୍ଷା, ୧୦ ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଗଭୀର ଅବପାତର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଦୁଇ ଦିନ ହେଲା ଉତ୍ତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଭୀଷଣ ବର୍ଷା ହେବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି । ଏଣେ ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁର ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି କିଛି ଜିଲାରେ ବର୍ଷା ପରିମାଣ କମିବ ବୋଲି ପୂର୍ବାନୁମାନ କରାଯାଇଛି । ବର୍ଷାକୁ ଦୃଷ୍ଟିରେ ରଖି ଆଜି ମଧ୍ୟ ସମ୍ବଲପୁର, ମୟୂରଭଞ୍ଜ ଓ ଭଦ୍ରକ ଜିଲାରେ ସ୍କୁଲ ଛୁଟି ରହିବ ।

Exit mobile version