Site icon ଆଜିକାଲି

ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା

୧୧ ଜିଲାକୁ ଅରେଞ୍ଜ ଓ ୧୪ ଜିଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜିଠୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଏଥିପାଇଁ ୧୧ ଜିଲାକୁ ଅରେଞ୍ଜ ଓ ୧୪ ଜିଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କଟକ ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କାରାଯାଇଛି । ଉପକୂଳ ଓଡ଼ିଶାର ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ନୂଆପଡା ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୫ରୁ ୫୫କି.ମି ବେଗରେ ପବନ ବହିପାରେ। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ପ୍ରବେଶ ନକରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Exit mobile version