Site icon ଆଜିକାଲି

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଛାତ୍ର ଆନ୍ଦୋଳନକୁ ନେଇ କଡା ନିୟମ

କଟକ : ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଛାତ୍ର ଆନ୍ଦୋଳନକୁ ନେଇ କଡା ନିୟମ । ଏଣିକି ଛାତ୍ରଛାତ୍ରୀ ଆନ୍ଦୋଳନ କଲେ କିମ୍ୱା କୌଣସି ନିଷ୍ପତ୍ତି ବିରୋଧରେ ପ୍ରତିଵାଦ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ । ଛାତ୍ରଛାତ୍ରୀ ବିକ୍ଷୋଭ କିମ୍ବା ଧାରଣା ଦେଲେ, କି ଆନ୍ଦୋଳନ କଲେ ବିଶ୍ଵବିଦ୍ୟାଳୟରୁ ବାସନ୍ଦ, ଅର୍ଥଦଣ୍ଡ ଓ ବହିଷ୍କାର ନିଲମ୍ବନ ହେବେ ବୋଲି ବିଶ୍ଵବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତିରେ ପ୍ରକାଶ କରାଯାଇ ସୂଚନା ଦିଆଯାଇଛି ।

ସେପଟେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଭଳି ନିଷ୍ପତ୍ତିକୁ ନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି । ଏହାସହ କ୍ୟାମ୍ପସ ମଧ୍ୟରେ ନିଶା ଦ୍ରବ୍ୟର ସେବନ ଉପରେ ମଧ୍ୟ କଟକଣା ଲାଗିଛି । ଆହୁରି ମଧ୍ୟ ହଷ୍ଟେଲ ନିୟମ ଭାଙ୍ଗିଲେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ଏହା ସହ ଶ୍ରେଣୀ ଗୃହରେ ଅଡିଓ କିମ୍ବା ଭିଡ଼ିଓ ରେକର୍ଡ କଲେ ଏହାକୁ ଧର୍ତ୍ତବ୍ୟ ଅପରାଧ ଭାବେ ଧରାଯିବ ଵୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ନୋଟିସରେ କୁହାଯାଇଛି ।

Exit mobile version