ଭୁବନେଶ୍ୱର : ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଗୁରୁବାର ମାର୍ଗଦର୍ଶିକା ଜାରି ହୋଇଛି । କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ, ବିସ୍ତୃତ ଗାଇଡଲାଇନ ଜାରି ହୋଇଛି । ପୁନଃ ନିଯୁକ୍ତି ଚୟନ କରିବ କମିଟି, ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ, ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ । ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ । ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ଥିବା ଜରୁରୀ ।
ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି । ଅବସରପୂର୍ବରୁ ସିସିଆର୍ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ ।ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ । ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।