Site icon ଆଜିକାଲି

ରାଉରକେଲାରୁ କୋଲକାତାକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ବର- ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଂ ଜରିଆରେ ଯୋଗାଇ ଦେଇଛନ୍ତି। ରାଜ୍ୟ ସରକାର ୩୫ଟି ଆସନ ପାଇଁ ଭିଜିଏଫ ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ ରାଉରକେଲାରୁ କୋଲକତା ଯାତ୍ରା କରିପାରିବେ।

ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ। ଏହା ଦ୍ୱାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରାରମ୍ଭିକ ବିମାନ ଦେୟ ୧୯୯୯ ଟଙ୍କା ରହିଛି।

Exit mobile version