Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ପାଳନ ହେବ ସପ୍ତପୁରୀ ଅମାବାସ୍ୟା

ପୁରୀ : ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉ ଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କ ଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।

ଅଠର ନଳା ନିକଟରେ ଅବସ୍ଥିତ ଅଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଅମାବାସ୍ୟାରେ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ପୂର୍ବଦିନ ଶ୍ରୀମନ୍ଦିର କୁ ଯାଇଥାଏ ।ଭାଦ୍ରବ କୃଷ୍ଣଚତୁର୍ଦ୍ଦଶୀ ଦିନ କୁମ୍ଭାର ବିଶୋଇମାନେ ମୁହଁରେ ବାଘମୁହାଁ ବାନ୍ଧିସାତପୁରୀ ତାଡ଼କୁ ମୁଣ୍ଡରେ ମୁଣ୍ଡାଇ ଘଣ୍ଟ,ଛତା,କାହାଳୀ ସହ ସିଂହଦ୍ୱାର ଦେଇ ଘେନାଣ ନିମନ୍ତେ ଦ୍ୱିପ୍ରହର ଧୂପ ପରେ ଅଲାମଚଣ୍ଡୀ ମନ୍ଦିର ରୁ ଶ୍ରୀମନ୍ଦିର କୁ ସପ୍ତପୁରୀ ପୂଜା ପାଇଁ ନେଇଥାନ୍ତି।ଅମାବାସ୍ୟା ଦିନ ଉକ୍ତ ତାଡରେ ଶ୍ରୀଜୀଉ ମାନଙ୍କୁ ସପ୍ତପୁରୀ ବା (ସାତପୁରୀ) ଅର୍ପଣ କରାଯାଇଥାଏ।

Exit mobile version