Site icon ଆଜିକାଲି

ସରୋଜିନୀ ସାହୁ ପାଇବେ ୪୫ ତମ ‘ଶାରଳା ପୁରସ୍କାର’

ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ 

ଭୁବନେଶ୍ୱର : ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ସେହିପରି ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯିବ।

ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୪ ମସିହା ପାଇଁ ଘୋଷିତ ହୋଇଛି। ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ସୁସ୍ମିତା ଦାସ, ରତିକାନ୍ତ ଶତପଥୀ, ଶରତ ନାୟକ ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ସତ୍ୟଭୂଷଣ ହୋତା ଓ ବୀରେନ୍ଦ୍ର ପାଣି ବିଚାରକ ଥିଲେ।

ସୂଚନା ଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କ ସହଧର୍ମିଣୀ କଳା ବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ପ୍ରଦାନ କରାଯାଇଥିବା ‘ଶାରଳା ପୁରସ୍କାର’ ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି।

Exit mobile version