Site icon ଆଜିକାଲି

୬ ଅପ୍ରେଲ ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।

ବୃଷ- ପାରିବାରିକ ସ୍ଥିତି ପୂର୍ବ ପରି ରହିବା ହେତୁ ଖୁସି ରହିବେ। ମନ ଭଲ ରହିବ ଏବଂ ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସୁନାମ ଅର୍ଜନ କରିପାରବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ ।

ମିଥୁନ- ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।

କର୍କଟ- ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଚେଷ୍ଟା କରୁଥିବା କାମଟି ହାସଲ କରିବା ସକାଶେ କଠିନ ଶ୍ରମ କରିବାକୁ ପଡ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଚିନ୍ତା ବୃଦ୍ଧି ପାଇପାରେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ ।

ସିଂହ- ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।

କନ୍ୟା- ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତିକରିବ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଅଜଣା ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ତୁଳା- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।

ବିଛା- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି ।

ଧନୁ- ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।

ମକର- ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବସାୟ, ଯୋଗାଯୋଗ, ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ। ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ ।

କୁମ୍ଭ- କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ ।

ମୀନ- କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସଭା ସମିତିରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ ।

Exit mobile version