Site icon ଆଜିକାଲି

୨୭ ଅଗଷ୍ଟ ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

୨୭-୮-୨୦୨୨((ଶନିବାର))🌹
🌹{{ଅମାବାସ୍ୟା ଓ ଶ୍ରୀ ମନ୍ଦିରରେ ସପ୍ତପୁରୀ ଭୋଗ}}🌹
🪷🪷🪷🪷🪷🪷🪷🪷🪷🪷🪷🪷
ଅଦ୍ଯ ସିଂହ ଦି୧୧ନ,ଅମାବାସ୍ୟା ଦ୨୦।୩୪ ଦିଘ୧।୪୬,ମଘା ଦ୩୯।୭ ରାଘ୯।୧୨,ସିଂହ ଚନ୍ଦ୍ର ଦ୬୦ ନିଶାନ୍ତ.
🪷🪷🪷🪷🪷🪷🪷🪷🪷🪷🪷🪷
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T)
ସିଂହ ଦ୧/୩୭/୨୮ ଇଂଘ ୫/୩୩/୧୨ ଗତେ ଉଦୟ
କୁମ୍ଭ ଦ୧/୨୧/୦୦ ଇଂଘ ୬/୦୨/୩୬ ଗତେ ଅସ୍ତ ।
🪷🪷🪷🪷🪷🪷🪷🪷🪷🪷🪷🪷
ଯୋଗିନୀ ଐଶାନ୍ୟେ । ଦିବା ଘ୧।୪୬ ଗତେ ପୂର୍ବେ । ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ରାତ୍ରି ଘ୯।୧୨ ଗତେ ଉତ୍ତରାଫାଃ ହସ୍ତା ସ୍ବାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଶ୍ରବଣା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃତ୍ତିକା ରୋହିଣୀ ଆର୍ଦ୍ରା ପୁଷ୍ୟା ମଘା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । କର୍କଟ ଓ ମକର ରାଶିମାନଙ୍କର ଘାତଚନ୍ଦ୍ର । ବୃଷ ସିଂହ ଓ କନ୍ୟା ରାଶିମାନଙ୍କର ଘାତବାର । ଦିବା ଘ୭।୭ ମଧ୍ୟେ ଘ୪।୨୭ ଗତେ ଘ୬।୧ ମଧ୍ୟେ କାଳବେଳା । ଘ୧।୧୯ ଗତେ ଘ୨।୫୩ ମଧ୍ୟେ ବାରବେଳା । ରାତ୍ରି ଘ୭।୨୭ ମଧ୍ୟେ ଘ୪।୭ ଗତେ ଘ୫।୩୩ ମଧ୍ୟେ କାଳରାତ୍ରି । ମୃତେ ପାଦଦୋଷ । ଫଳଂ କୃଷି ହାନି । ଭୂମି ଦାନ । ପ୍ରଥମ ରଜୋଦର୍ଶନେ ପାଞ୍ଚମାସ ରାତ୍ରି ଘ୯।୧୨ ଗତେ ସାତମାସ ଗଣ୍ଡଦୋଷ । ଫଳଂ ସ୍ତ୍ରୀ ବନ୍ଧ୍ୟା । ଗୋକାଞ୍ଚନ ପ୍ରବାଳ ରକ୍ତ ବସ୍ତ୍ର ଦାନ । ଅମାବାସ୍ୟାର ଏକୋଦ୍ଦିଷ୍ଟ ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ । ସ୍ତ୍ରୀ ତୈଳ ବର୍ଜନ ମତ୍ସ୍ୟ ମାଂସ ଦିବା ଘ୧।୪୬ ଗତେ କୁଷ୍ମାଣ୍ଡ (ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ୟ ଅମାବାସ୍ୟା କୃତ୍ୟ । ଶ୍ରୀମନ୍ଦିରେ ସପ୍ତପୁରୀ ଅମାବାସ୍ୟା ଭୋଗ ।
🪷🪷🪷🪷🪷🪷🪷🪷🪷🪷🪷🪷
(ଅମୃତ) – ଦିବା ଘ୯।୩୩ ଗତେ ଘ୧୨।୪୫ ମଧ୍ୟେ ରାତ୍ରି ଘ୮।୨୫ ଗତେ ଘ୧୦।୪୯ ମଧ୍ୟେ ଘ୧୨।୨୫ ଗତେ ଘ୨।୧ ମଧ୍ୟେ ଘ୨।୪୯ ଗତେ ଘ୪।୨୫ ମଧ୍ୟେ । (ମାହେନ୍ଦ୍ର) – ନାସ୍ତି ।
🪷🪷🪷🪷🪷🪷🪷🪷🪷🪷🪷🪷

ମେଷ: ସାମାଜିକ ସମ୍ମାନ ପ୍ରାପ୍ତ ହେବ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

ବିଛା: ଆଧ୍ଯାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।

କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ। ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Exit mobile version