Site icon ଆଜିକାଲି

୧୩ ଜାନୁଆରୀ ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ବୃଷ- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ମିଥୁନ- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

କର୍କଟ- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।

ସିଂହ- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ ।

କନ୍ୟା- ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ତୁଳା- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ରେ ଭାଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନେ କର୍ମ କ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।

ବିଛା- ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ଧନୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ ।

ମକର- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ ।

କୁମ୍ଭ- ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ।

ମୀନ- ପ୍ରେମିଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।

Exit mobile version